Spread the love

ଟାଟା ଷ୍ଟିଲ ମେରାମଣ୍ଡଳି କାରଖାନା ଫାଟକ ସମ୍ମୁଖରେ ଦୁର୍ଘଟଣା, ଶ୍ରମିକ ମୃତ

ଢେଙ୍କାନାଳ: ଟାଟା ଷ୍ଟିଲ ମେରାମଣ୍ଡଳି କାରଖାନା ଫାଟକ ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ପାର ହେଉଥିବା ସମୟରେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିବା ଜଣାପଡ଼ିଛି।

ଟ୍ରକ୍ ଧକ୍କାରେ ଶ୍ରମିକ ଜଣକ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ମୃତ ଶ୍ରମିକ ଜଣକ ସରାଙ୍ଗ ଗ୍ରାମର ଭଗବାନ ରଣା ବୋଲି ପରିଚୟ ମିଳିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଦୁର୍ଘଟଣାର ସମ୍ପୂର୍ଣ୍ଣ କାରଣ ଏବଂ ଘଟଣା ସମ୍ପର୍କିତ ଅନ୍ୟାନ୍ୟ ତଥ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ।

Leave a Reply

Your email address will not be published. Required fields are marked *