ଛାତ୍ର ସଂସଦ ନିର୍ବାଚନ ପାଇଁ ନାମାଙ୍କନ ଶେଷ, ରାଜ୍ୟସ୍ତରରୁ ସ୍ଥିତି ଉପରେ କଡ଼ା ନଜର
ଭୁବନେଶ୍ୱର: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନକୁ ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଉପରେ ବିଭାଗ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି।
ଏହି ପ୍ରକ୍ରିୟାରେ ସମଗ୍ର ରାଜ୍ୟର ସ୍ଥିତି ଉପରେ ନଜର ରଖିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ନିୟନ୍ତ୍ରଣ କକ୍ଷରୁ ନିରନ୍ତର ଲାଇଭ୍ ମନିଟରିଂ କରାଯାଇଥିଲା।
ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ପ୍ରତ୍ୟକ୍ଷ ଅଧ୍ୟକ୍ଷତାରେ ଏହି ମନିଟରିଂ ବ୍ୟବସ୍ଥା ପରିଚାଳିତ ହୋଇଥିଲା। ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚାଲିଥିବା ନାମାଙ୍କନ ପ୍ରକ୍ରିୟାର ସ୍ଥିତି ଉପରେ ବିଭାଗ ପକ୍ଷରୁ ନିରନ୍ତର ନଜର ରଖାଯାଇଥିଲା।
ଛାତ୍ର ସଂସଦ ନିର୍ବାଚନକୁ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ଦିଗରେ ରାଜ୍ୟସ୍ତରୀୟ ମନିଟରିଂ ବ୍ୟବସ୍ଥା ଗୁରୁତ୍ୱ ବହନ କରୁଛି।
