ରାଜ୍ୟର ପ୍ରଥମ ଟାଉନ୍ ପ୍ଲାନିଂ ଯୋଜନାର ଶୁଭାରମ୍ଭ

ଜେ ବି ଏନ, ୨୬/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ୱର : ରାଜ୍ୟର ପ୍ରଥମ ଟାଉନ ପ୍ଳାନିଂ ଯୋଜନାରେ ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର , ନାରଗୋଦା , ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିକଶ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗିଦାରୀ ଏକ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା ଟାଉନ ପ୍ଳାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଏ । ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମି ମାଲିକମାନେ ଉପକୃତ ହୁଅନ୍ତି । ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ଟି ଟାଉନ ପ୍ଲାନିଂ କରାଯାଇଛି । ପ୍ରାଥମିକଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି l ।



