ରାଉରକେଲାରେ ଭାରତର ସବୁଠାରୁ ବଡ ହକି ଷ୍ଟାଡିୟମ ହେବ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଜେ ବି ଏନ, ୨୬/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ରାଉରକେଲାରେ ଭାରତର ସବୁଠାରୁ ବଡ ହକି ଷ୍ଟାଡିୟମ ନିର୍ମାଣ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବିପିୟୁଟି କ୍ୟାମ୍ପସ ପରିସରରେ ୧୫ ଏକର ଜମି ଉପରେ ନିର୍ମିତ ହେବାକୁ ଥିବା ଏହି ଷ୍ଟାଡିୟମରେ ୨୦ ହଜାରରୁ ଅଧିକ ଦର୍ଶକଙ୍କ ବସିବାର କ୍ଷମତା ରହିବ ।



