Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।
​ଅନୁଗୋଳ, ତା. ୧୨.୧୦:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।
​ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହାନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ଆଶିଷ ରଞ୍ଜନ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ଦାସ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅରବିନ୍ଦ ବେହେରା, ଛେଣ୍ଡିପଦା ତହସିଲଦାର ଶ୍ରୀ ମାନସ ରଞ୍ଜନ ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।
​ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *