ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।
ଅନୁଗୋଳ, ତା. ୧୨.୧୦:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
