Spread the love

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:-
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ, ତୁଳସୀ ପାଳ, ରାଜୀବ ପୁର ,କଙ୍କିନl ଳୀ, ଲଙ୍ଗୁଳିଆ ବେଡ଼।
ଅରା ହାଟ ବଉଳିଗୋଡ, ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ,ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ , କିଶୋର,ଟିଚର,ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ବିଶ୍ଵ ଯୁବ କେନ୍ଦ୍ର ର ସଭାପତି ଆଲୋଚନା କରିଥିଲେ l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ସଭାପତି ବସନ୍ତ କୁମାର ପ୍ରଧାନ ମହୋଦୟ ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *