କରୋନା ସଂକ୍ରମଣ ରୋକିବାରେ ଜିଲ୍ଲା ପ୍ରଶାସନ ର ସଫଳତା
୧୩ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୫୬ ଜଣ

ଜେ. ବି. ଏନ୍ (୨୬/୧୨ /୨୦୨୦)
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାବ୍ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୦୯ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩ ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨ ଜଣ (୨ଜଣ ପୁରୁଷ ) ,

କଣିହାଁ ବ୍ଲକ ଅଞ୍ଚଳରୁ ୨ଜଣ ( ୨ ଜଣ ମହିଳା ) , ପାଳଲହଡା ବ୍ଳକ୍ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି କିଶୋରନଗର ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୫୬ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ କୋଭିଡ ହସ୍ପିଟାଲରୁ ଓ ୫୩ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି।



