*ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥ ପାଠ*
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଆଜି ତା. ୨୬.୧୦.୨୦୨୬ ରିଖରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସ୍ୱୟଂପ୍ରଭା ମହାନ୍ତି, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଏଲୋରା ମହାନ୍ତି, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ କୃତ୍ତିବାସ ରାଉତ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସୁମିତ୍ରା ପଟ୍ଟନାୟକଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଦୁର୍ନୀତି ନିବାରଣ ପାଇଁ ନିରନ୍ତର ଉଦ୍ୟମ କରିବା ସହ ସ୍ୱଚ୍ଛତା, ସାଧୁତା ଓ ନିଷ୍ଠାର ସହ ନିଜ କର୍ତ୍ତବ୍ୟ ସମ୍ପାଦନ କରିବାକୁ ଶପଥ ଗ୍ରହଣ କରିଛନ୍ତି।
ଏହି ଅବସରରେ ଦୁର୍ନୀତିମୁକ୍ତ ପ୍ରଶାସନ ଗଠନ ତଥା ଜନସାଧାରଣଙ୍କ ମଧ୍ୟରେ ସଚ୍ଚୋଟତା ଓ ନୈତିକ ମୂଲ୍ୟବୋଧକୁ ସୁଦୃଢ଼ କରିବା ଦିଗରେ ସମସ୍ତେ ନିଜ ନିଜର ଦାୟିତ୍ୱ ସଚେତନତାର ସହ ନିର୍ବାହ କରିବାକୁ ସଂକଳ୍ପବଦ୍ଧ ହୋଇଛନ୍ତି।
