*ରାୟଗଡ଼ାରେ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା*
*ଭୁବନେଶ୍ୱର / ରାୟଗଡ଼ା*:
ଆଜି ରାୟଗଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଓ ନିରାକରଣ ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷ କରି ‘ଶୂନ୍ୟ ଜୀବନହାନି’ (Zero Casualty) ଲକ୍ଷ୍ୟକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇ ସମସ୍ତ ବିଭାଗକୁ ସଜାଗ ଓ ପ୍ରସ୍ତୁତ ରହିବାକୁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ସୁରକ୍ଷା, ରିଲିଫ୍ ବଣ୍ଟନ, ପାନୀୟ ଜଳ ଯୋଗାଣ ଏବଂ ଜରୁରୀକାଳୀନ ସେବାଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ସେ ଗୁରୁତ୍ୱାରୋପ କରିଛନ୍ତି।
ଏହି ସମୀକ୍ଷା ବୈଠକରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀ, ରାୟଗଡ଼ା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି, ରାୟଗଡ଼ା ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରସାଦ, ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ଏବଂ ଜିଲ୍ଲାର ସମସ୍ତ ବ୍ଲକ୍ର ଅଧିକାରୀମାନେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ।

