Spread the love

*ଅନୁଗୋଳରେ ନିଯୁକ୍ତି ମେଳା ଆୟୋଜିତ*
-୬୩ ଜଣ ସେବକ ଓ ସେବିକାଙ୍କୁ ମିଳିଲା ନିଯୁକ୍ତି ପତ୍ର

​ଅନୁଗୋଳ,୦୧.୧୧: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ସର୍କିଟ୍ ହାଉସ ସଭାଘର ଠାରେ ଏକ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ସରକାରଙ୍କ ଦ୍ଵାରା ଚୟନ ହୋଇଥିବା ମୋଟ ୬୩ ଜଣ ନବନିଯୁକ୍ତ ସେବକ ଓ ସେବିକାଙ୍କୁ ବିଧିବଦ୍ଧ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଢେଙ୍କାନାଳର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ପ୍ରତିଭାମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ମାନ୍ୟବର ପାଳଲହଡ଼ା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ମାନ୍ୟବର ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡ଼ନାୟକ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ ମହାପାତ୍ର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ସେବକ ଓ ସେବିକାମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶୁଭେଚ୍ଛା ଜଣାଇଥିଲେ। ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲୀପ କୁମାର ମିଶ୍ର ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

You missed