Spread the love

*କାର୍ତ୍ତିକ ବ୍ରତ ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ୩.୩୦ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ*

ଭୁବନେଶ୍ୱର
୩ ନଭେମ୍ବର, ୨୦୨୬

ଚଳିତ ବର୍ଷ ପୁରୀରେ ଆୟୋଜିତ ହେଉଥିବା କାର୍ତ୍ତିକ ମାସ ହବିଷ୍ୟାଳୀ ବ୍ରତ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩.୩୦ କୋଟି ଟଙ୍କା ଅର୍ଥରାଶି ଅନୁମୋଦିତ ହୋଇଛି।

କାର୍ତ୍ତିକ ମାସ ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଚଳିତ ବର୍ଷ ଅନେକ ହବିଷ୍ୟାଳୀ ମା’ ମାନେ ଏକତ୍ରିତ ହୋଇଛନ୍ତି। ହବିଷ୍ୟାଳୀ ମା’ମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ ନିମନ୍ତେ ସଂସ୍କୃତି ବିଭାଗ ତରଫରୁ ୩.୩୦ କୋଟି ଟଙ୍କା ବ୍ୟୟ ରାଶି ଅନୁମୋଦିତ ହୋଇଛି। ହବିଷ୍ୟାଳୀ ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀର ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ସୁପରିଚାଳନା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏଥିସହ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

କାର୍ତ୍ତିକ ମାସରେ ପୁରୀରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବଢ଼ୁଥିବାରୁ ହବିଷ୍ୟାଳି ମା’ ମାନେ ଯେପରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ, ସେଥିପାଇଁ ଗାଡ଼ି ବ୍ୟବସ୍ଥା କରିବା ସହ ସ୍ବେଚ୍ଛାସେବୀ ମୁତୟନ କରିବା, ଶୃଙ୍ଖଳା ରକ୍ଷା, ପରିମଳ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ବିଦ୍ୟୁତ ଯୋଗାଣ ଏବଂ ଅନ୍ୟାନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଇଛି।

Leave a Reply

Your email address will not be published. Required fields are marked *