ବିକଶିତ ଭାରତ “ଯୁବ ମହୋତ୍ସବ’ର ଶୁଭାରମ୍ଭ

ଅନୁଗୋଳ, ୦୪.୧୧ : ଜିଲ୍ଲା ପ୍ରଶାସନ ଏବଂ ‘ମୋ ଯୁବ ଭାରତ’ର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ସଭାଘରଠାରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ମହୋତ୍ସବ’ର ଶୁଭାରମ୍ଭ ହୋଇଯାଇଛି। ପ୍ରଥମ ଦିବସ କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବ ସମାଜର ଅଗ୍ରଗତିରେ ବିକଶିତ ରାଷ୍ଟ୍ର ଗଠନ ସମ୍ଭବ ବୋଲି କହିଥିଲେ। ଯୁବ ପ୍ରତିଭାଙ୍କ ବିକାଶ ପାଇଁ ସମସ୍ତେ ପ୍ରଚେଷ୍ଟା କରିବାକୁ ସେ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ଦେବାଶିଷ ସାହୁ ପ୍ରମୁଖ ଯୋଗଦେଇ ଯୁବପିଢ଼ିଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ପ୍ରତିଯୋଗୀମାନଙ୍କ ମଧ୍ୟରେ ନୃତ୍ୟ, ସଙ୍ଗୀତ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଅର୍ଥରାଶି ପ୍ରଦାନପୂର୍ବକ ସମ୍ମାନିତ କରାଯାଇଥିଲା। ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସିଠ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ମୋ ଯୁବ ଭାରତର ସଦସ୍ୟ ଶ୍ରୀ ତପନ କୁମାର ସାମଲ ଉପସ୍ଥିତ ସମସ୍ତ ପ୍ରତିଯୋଗୀ, ଅତିଥି ଓ ସଦସ୍ୟମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

