Spread the love

# ବାତ୍ୟା ପରବର୍ତ୍ତୀ ରିଲିଫ୍ ଓ ପୁନର୍ବାସ କାର୍ଯ୍ୟକୁ ଗୁରୁତ୍ୱ: ଗଞ୍ଜାମରେ ଦୁଇଦିନ ସରକାରୀ ଛୁଟି ବାତିଲ୍

**ଗଞ୍ଜାମ, ୧୪ ନଭେମ୍ବର:** ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ କ୍ଷୟକ୍ଷତିର ମୁକାବିଲା ସହ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଜିଲ୍ଲାରେ ନଭେମ୍ବର ୧୪ ଓ ୧୫ ତାରିଖର ସରକାରୀ ଛୁଟିକୁ ବାତିଲ୍ କରାଯାଇଛି।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶନିବାର ଓ ରବିବାର ଉଭୟ ଦିନ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଏଥିସହ ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବାକୁ କୁହାଯାଇଛି।

ବାତ୍ୟା ପରବର୍ତ୍ତୀ ପରିସ୍ଥିତିରେ ପ୍ରଭାବିତ ଅଞ୍ଚଳରେ ରିଲିଫ୍, ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟରେ ଯେପରି କୌଣସି ବିଳମ୍ବ ନହୁଏ, ସେଥିପାଇଁ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଜରୁରୀକାଳୀନ ପରିସ୍ଥିତିରେ ସରକାରୀ ଯନ୍ତ୍ରକୁ ସକ୍ରିୟ ରଖିବା ସହ ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ପହଞ୍ଚାଇବା ଏହି ନିଷ୍ପତ୍ତିର ମୁଖ୍ୟ ଉଦ୍ଦେଶ୍ୟ।

Leave a Reply

Your email address will not be published. Required fields are marked *

You missed