Spread the love

*ଅନୁଗୋଳ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଲକ୍ଷ୍ୟ ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ*

ଅନୁଗୋଳ, ୧୪.୧୧: ଆଜି ପୂର୍ବାହ୍ନରେ ସ୍ଥାନୀୟ ସଭାଘରଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଗୃହ ଆବଣ୍ଟନ ଲକ୍ଷ୍ୟଧାର୍ଯ୍ୟ ଘୋଷଣା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଜିଲ୍ଲାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନାର ଶୁଭାରମ୍ଭ କରାଯାଇଥିବା ବେଳେ ଅନୁଗୋଳଠାରେ ଏହାର ଆଭାସୀ (ଭର୍ଚୁଆଲ୍) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ମାନ୍ୟବର ପାଳଲହଡ଼ା ବିଧାୟକ ଶ୍ରୀ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲକ୍ଷ୍ୟଧାର୍ଯ୍ୟ ବିଷୟରେ ଅବଗତ କରାଇବା ସହ ସରକାରଙ୍କ ଅନ୍ୟାନ୍ୟ ଜନକଲ୍ୟାଣକାରୀ ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା ସମ୍ମାନିତ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ମାନ୍ୟବର ତାଳଚେର ବିଧାୟକଙ୍କ ପ୍ରତିନିଧି ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର,ଅନୁଗୋଳ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼. ଗୌରବମୟ ପ୍ରଧାନ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ବିଶ୍ୱଭୂଷଣଙ୍କ ସମେତ ବିଭାଗୀୟ ଅଧିକାରୀ ଓ ହିତାଧିକାରୀମାନେ ଉପସ୍ଥିତ ଥିଲେ। ସଭା କାର୍ଯ୍ୟକୁ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ମାନସ ରଞ୍ଜନ ଭଞ୍ଜଦେଓ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

You missed