# ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀରେ ମାଲ୍ୟାର୍ପଣ କରିବେ ମୁଖ୍ୟମନ୍ତ୍ରୀ
**ଭୁବନେଶ୍ୱର, ୨୨/୧୧:** ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଅବସରରେ ଆଜି ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବିଧାନସଭା ନିକଟରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରି ଏହି ମହାନ ଦେଶପ୍ରେମୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବେ। ଏହି କାର୍ଯ୍ୟକ୍ରମ ଆଜି ସକାଳ ୧୦ଟା ୧୫ ମିନିଟ୍ରେ ଅନୁଷ୍ଠିତ ହେବ।
