Spread the love

*ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ଅନୁଗୋଳ ଗସ୍ତ*
ଅନୁଗୋଳ, ୨୬.୧୧: ସୂଚନା ଓ ଲୋକସମ୍ପର୍କ ବିଭାଗ ଉତ୍ତରାଞ୍ଚଳ ସମ୍ବଲପୁରର ଅତିରିକ୍ତ ଉପନିର୍ଦ୍ଦେଶିକା ତଥା ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ କଲ୍ୟାଣୀ ଦାଶ ଦିନିକିଆ ଅନୁଗୋଳ ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ସନମ୍ ସ୍ମିତା ସାହୁ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଯୁଗ୍ମ ନିର୍ଦ୍ଦେଶିକାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଓ ଯୋଗାସୂତ୍ର ବଜାୟ ରଖି ବିଭାଗୀୟ କାର୍ଯ୍ୟକୁ ଆହୁରି ସୁଦୃଢ଼ କରିବା ଉପରେ ସେ ବିଶେଷ ଗୁରୁତ୍ୱ ଆରୋପ କରିଥିଲେ।

Leave a Reply

Your email address will not be published. Required fields are marked *