ଅନୁଗୋଳ ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୧୩ ଜଣ ଆକ୍ରାନ୍ତ
ଜେ. ବି. ଏନ୍ (୦୪ /୦୧ /୨୦୨୧) ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୭ ରେ ପହଂଚିଛି । ଅନୁଗୋଳ ପୌରାଞ୍ଚଳରୁ ୧୧ଜଣ ( ୧୧ ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩ଜଣ ( ୩ ଜଣ ପୁରୁଷ ) , ବଅଁରପାଳ ବ୍ଲକ ଅଞ୍ଚଳରୁ ୩ ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , କିଶୋରନଗର ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା) ଓ ପାଳଲହଡା ବ୍ଳକ ଅଞ୍ଚଳରୁ ୧ ଜଣ ( ୧ ଜଣ ମହିଳା ) ଅଛନ୍ତି । ଆଜି ତାଳଚେର ବ୍ଲକ , ତାଳଚେର ପୌରାଞ୍ଚଳ , କଣିହାଁ ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଆଠମଲ୍ଲିକ ବ୍ଲକ୍ ପ୍ରଭୃତି ୫ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ସମସ୍ତ ୧୩ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।





