ସୁସ୍ଥ ହେଲେ ୨୮ ଜଣ ଆକ୍ରାନ୍ତ ।

ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତ ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୧୭ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ସର୍ବାଧୂକ ୧୫ଜଣ ( ୧୫ଜଣ ପୁରୁଷ ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୮ଜଣ ( ୪ଜଣ ପୁରୁଷ ଓ ୪ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୪ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) ଓ ତାଳଚେର ବ୍ଲକ୍ ଅଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ) ଅଛନ୍ତି । ଆଜି ପାଳଲହଡା ବ୍ଳକ , ଅନୁଗୋଳ ବ୍ଲକ , କିଶୋରନଗର ବ୍ଳକ , ତାଳଚେର ପୌରାଞ୍ଚଳ , କଣିହାଁ ବ୍ଲକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଆଠମଲ୍ଲିକ ବ୍ଲକ୍ ପ୍ରଭୃତି ୭ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୨୮ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧ଜଣ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡରୁ ଓ ୨୭ ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।




