
ଅନୁଗୋଳ ଜିଲ୍ଲାରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୨୪ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୧୩/୦୧/୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୮ଜଣ ( ୫ ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୩ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୨ଜଣ ( ୨ ଜଣ ମହିଳା ) , ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୨ଜଣ ( ୧ ଜଣ ପୁରୁଷ ଓ ୧ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) , ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ଅଛନ୍ତି । ଆଜି ଅନୁଗୋଳ ପୌରାଞ୍ଚଳ , ପାଳଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ଓ କିଶୋରନଗର ବ୍ଳକ ପ୍ରଭୃତି ୪ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୨୪ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ଜଣ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କରୋନା ୱାର୍ଡରୁ ଓ ୨୦ ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।




