
ସୁସ୍ଥ ହେଲେ ୧୬ ଜଣ ଆକ୍ରାନ୍ତ
(ଜେ. ବି. ଏନ୍/.ସୁଶିଲ କୁମାର) ୧୫ /୦ ୧ /୨୦୨୧. ଅନୁଗୋଳ , ଆଜି ଅନୁଗୋଳ ଜିଲ୍ଲାରେ ୧୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୨୬ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳ ୮ଜଣ ( ୪ଜଣ ପୁରୁଷ ଓ ୪ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳ ୩ଜଣ ( ୩ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ ) , ଆଠମଲ୍ଲିକ ବ୍ଲକ୍ ଅଞ୍ଚଳ ୧ ଜଣ ( ୧ ଜଣ ମହିଳା ) ଓ ଅନୁଗୋଳ ବ୍ଳକ ଅଞ୍ଚଳ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ତାଳଚେର ବ୍ଲକ , କଣିହାଁ ବ୍ଳକ , ତାଳଚେର ପୌରାଞ୍ଚଳ , ପାଳଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ଓ କିଶୋରନଗର ବ୍ଳକ ପ୍ରଭୃତି ୬ଟି ଅଞ୍ଚଳ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିସ୍ବାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୬ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



