
ଅନୁଗୋଳ ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୧୦ ଜଣ ଆକ୍ରାନ୍ତ
(ଜେ. ବି. ଏନ୍/ସୁଶିଲ କୁମାର ) ୨୦/୦୧ /୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୩୧ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି ।

ଆଜି ଅନୁଗୋଳ ପୌରାଞ୍ଚଳ , ପାଳଲହଡା ବ୍ଳକ , ଅନୁଗୋଳ ବ୍ଲକ , କିଶୋରନଗର ବ୍ଲକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ଓ କଣିହାଁ ବ୍ଲକ ପ୍ରଭୃତି ୮ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି । ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୦ଜଣ ଯାକ ହୋମ ରେ ଥିବାର ଜଣାପଡିଛି ।



