
ଅନୁଗୋଳ ଜିଲ୍ଲାରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୧୬ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୨୪/୦୧ /୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ବ ନମୁନା ଦେଇଥୁବା ବ୍ୟକ୍ତ ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) ଓ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ତାଳଚେର ବ୍ଲକ୍ , କଣିହାଁ ବ୍ଳକ୍ , ଅନୁଗୋଳ ପୌରାଞ୍ଚଳ , ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ କ୍ସକ୍ , କିଶୋରନଗର ବ୍ଲକ୍ , ପାଳଲହଡା ବ୍ଳକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ସମସ୍ତ ୧୬ଜଣ ହୋମ ଆଇସୋଲେସନ ରେ ଥିବାର ଜଣାପଡିଛି ।



