ଆଜି ଅନୁଗୋଳ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୨୪୪ ରେ ପହଞ୍ଚିଲା – ସୁସ୍ମହେଲେ ୦୮ ଜଣ

ଜେ ବି ଏନ, ୨୮/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୧୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଂକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ବଅଁରପାଳ ବ୍ଳକ୍ ଅଂଚଳରୁ ୩ ଜଣ (୩ ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ ) , ଅନୁଗୋଳ ବ୍ଳକ୍ ଅଂଚଳରୁ ୨ଜଣ ( ୨ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୨ ଜଣ ( ୨ଜଣ ପୁରୁଷ ଓ ତାଳଚେର ବ୍ଲକ୍ ଅଂଚଳରୁ ୧ଜଣ ( ୧ଜଣ ମହିଳା ଅଛନ୍ତି । ଆଜି କଣିହାଁ ବ୍ଲକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , କିଶୋରନଗର ବ୍ଳକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୬ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୮ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



