ଆଜି ଅନୁଗୋଳ ଜିଲ୍ଲାରୁ ୦୧ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୨୬୫ ରେ ପହଞ୍ଚିଲା – ସୁସ୍ଥ ହେଲେ ୩ ଜଣ

ଜେ ବି ଏନ, ୦୨ /୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଂଚଳରୁ ୧ଜଣ ( ୧ଜଣ ମହିଳା ଅଛନ୍ତି । ଆଜି ବଅଁରପାଳ ବ୍ଲକ , କଣିହାଁ ବ୍ଲକ , ପାଳଲହଡା ବ୍ଳକ , ତାଳଚେର ବ୍ଲକ , ଅନୁଗୋଳ ପୌରାଞ୍ଚଳ , ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ , ଆଠମଲ୍ଲିକ ବ୍ଲକ , ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୧୦ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥୁବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥୁବା ବେଳେ ସ୍ଵଳ୍ପ ଲକ୍ଷଣ ଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୩ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



