ଆଜି ଅନୁଗୋଳ ଜିଲ୍ଲାରୁ ୦୨ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ୧୨୨୯୫ ରେ ପହଞ୍ଚିଲା – ସୁସ୍ତ ହେଲେ ୦୬ ଜଣ

ଜେ ବି ଏନ, ୦୯/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ଓ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୧ ଜଣ ( ୧ଜଣ ମହିଳା ) ଅଛନ୍ତି । ଆଜି ଅନୁଗୋଳ ବ୍ଲକ , ତାଳଚେର ବ୍ଲକ , କଣିହାଁ ବ୍ଲକ , ବଅଁରପାଳ ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଳକ , କିଶୋରନଗର ବ୍ଳକ , ପାଲଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୯ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୬ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



