ଐତିହାସିକ କୀର୍ତ୍ତିରାଜିର ପୁନଃଉଦ୍ଧାର ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ


ଜେ ବି ଏନ, ୩୦/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଭୁବନେଶ୍ୱର ଏକାମ୍ର କ୍ଷେତ୍ର ପାର୍ଶ୍ୱରେ ଥିବା ଐତିହାସିକ କୀର୍ତ୍ତିରାଜିର ପୁନଃଉଦ୍ଧାର ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଏକ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ l
ଏହା ସହ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗର ବିଶେଷଜ୍ଞ ଦଳକୁ ଭୁବନେଶ୍ୱର ପଠାଇବାକୁ ନିର୍ଦ୍ଦେଶ ଦେବା ସହ ଏହି କ୍ଷେତ୍ରରେ ଖନନ କରି ବିସ୍ତୃତ ଭାବରେ ଗବେଷଣା କରିବା ଦିଗରେ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ ପତ୍ର ଜରିଆରେ ଅନୁରୋଧ କରିଛନ୍ତି l



