ଆଜି ଅନୁଗୋଳ ଜିଲ୍ଲାରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୨୫ ରେ ପହଞ୍ଚିଲା – ସୁସ୍ଥ ହେଲେ ୧୧ ଜଣ

ଜେ ବି ଏନ, ୧୫/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୦୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଂକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ ଜଣ ପୁରୁଷ ) ଓ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ଅନୁଗୋଳ ବ୍ଳକ , ତାଳଚେର ବ୍ଲକ୍ , ବଅଁରପାଳ ବ୍ଳକ୍ , କଣିହାଁ ବ୍ଳକ୍ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ୍ , କିଶୋରନଗର ବ୍ଲକ୍ , ପାଲଲହଡା ବ୍ଳକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୯ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୧ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



