ଓଡ଼ିଶା ଖଣି ନିଗମର ଦୁଇ ଲୁହାପଥର ଖଣି ଗୁଆଳି ଓ ଜିଲ୍ଙ୍ଗ ଲାଙ୍ଗଲୋଟା ଶୁଭ ଉଦ୍ଘାଟନ

ଜେ ବି ଏନ, ୧୮/୦୨ /୨୦୨୧, ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ମିଳିତ ଭାବରେ ଓଡ଼ିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି କି ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।



