ବ୍ରହ୍ମପୁର ସବୁଜ ବାହିନୀ ଓ ରକ୍ତ ଭଣ୍ଡାର ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ


ଜେ ବି ଏନ, ରିପୋର୍ଟ, ଟୁକୁନା ପ୍ରଧାନ, ବ୍ରହ୍ମପୁର (୨୫. ୦୨. ୨୦୨୧)-: ଆଜି ବ୍ରହ୍ମପୁର ସବୁଜ ବାହିନୀ ଓ ରକ୍ତଭଣ୍ଡାର ମିଳିତ ଉଦ୍ୟମରେ ଚଳିତ ବର୍ଷ ତୃତୀୟ ଥର “ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ” ନାମକ ରକ୍ତ ଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ୧୮ ଜଣ ରକ୍ତଦାତା ରକ୍ତଭଣ୍ଡାର କୁ ଆସି ସ୍ଵେଛାକୃତ ଭାବେ ରକ୍ତଦାନ କରିଥିଲେ ।ବର୍ଷ ତମାମ ସବୁଜ ବାହିନୀ ତରଫରୁ ” ଆସନ୍ତୁ ଗଢିବା ରକ୍ତ ସମ୍ପର୍କ” କାର୍ଯ୍ୟକ୍ରମ ଜାରି ରହିଛି। ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ହେଲା ନୂତନ ରକ୍ତଦାତା ସୃଷ୍ଟି କରିବା । କାର୍ଯ୍ୟକ୍ରମ ରେ ରକ୍ତ ଭଣ୍ଡାରର କର୍ମକର୍ତ୍ତା ଓ ସବୁଜ ବାହିନୀ ର ସଭାପତି ଶିବରାମ ପାଣିଗ୍ରାହୀ , କେ. ସୁଶୀଲ କୁମାର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।



