ଅନୁଗୋଳ ଜିଲ୍ଲାରୁ୦୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୫ରେ ପହଞ୍ଚିଲା- ସୁସ୍ଥ ହେଲେ ୦୮ ଜଣ

ଜେ. ବି. ଏନ୍ (୨୫/୦୨ /୨୦୨୧) ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କଣିହାଁ ବ୍ଳକ୍ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) , କିଶୋରନଗର ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଓ ତାଳଚେର ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ବଅଁରପାଳ ବ୍ଳକ , ଅନୁଗୋଳ ପୌରାଞ୍ଚଳ , ଅନୁଗୋଳ ବ୍ଲକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୭ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୮ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



