କୋଭିଡ ଟୀକା ନେଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଜେ ବି ଏନ, ୦୧/୦୩/୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ଡିସପେନସେରିରେ କୋଭିତ୍ – ୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ । ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ । ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି ।
ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି , “ ମୁଁ ଖୁସି ଯେ ମୁଁ ଆଜି କୋଭିତ – ୧୯ ଟିକା
ର ପ୍ରଥମ ଡୋଜ୍ ନେଲି । ଲୋକଙ୍କ ପାଖରେ ଟିକା ପହଞ୍ଚାଇବା ପାଇଁ କାମ କରୁଥିବା ବୈଜ୍ଞାନିକ ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ନିକଟରେ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିବା ହେତୁ ଟିକାକୁ ନେଇ ଲୋକଙ୍କ ମନରେ ଯେଉଁ ଆଶଙ୍କା ରହିଥିଲା , ତାହା ନିଶ୍ଚିତ ଭାବରେ ଦୂର ହେବ ବୋଲି କୁହାଯାଇଛି ।
https://twitter.com/Naveen_Odisha/status/1366265588679544838?s=09



