
ପଜିଟିଭ ସଂଖ୍ୟା ୧୨୩୫୭ ରେ ପହଞ୍ଚିଲା
ସୁସ୍ଥ ହେଲେ ୦୨ ଜଣ ଆକ୍ରାନ୍ତ
(ଜେ. ବି. ଏନ୍ /ସୁଶିଲ କୁମାର) ୦୧/୦୩ /୨୦୨୧ ଅନୁଗୁଳ :ଆଜି ଅନୁଗୋଳ ଜିଲ୍ଲାରେ ୦୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୪୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ଅଛନ୍ତି । ଆଜି ଅନୁଗୋଳ ବ୍ଳକ , ଛେଣ୍ଡିପଦା ବ୍ଳକ , କଣିହାଁ ବ୍ଲକ , କିଶୋରନଗର ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ପୌରାଞ୍ଚଳ ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୧୦ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-16-scaled.jpg)