ପଞ୍ଚାୟତିରାଜ ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଜେ ବି ଏନ, ୦୫/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଆଜି ପଞ୍ଚାୟତିରାଜ ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ l ଏହି ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ରରେ ଲୋକମାନେ ହିଁ ପ୍ରକୃତ ମାଲିକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଚାରଣ କରି କହିଛନ୍ତି ଯେ ଲୋକଙ୍କ ଉନ୍ନତିି ପାଇଁ କ୍ଷମତାର ବିକେନ୍ଦ୍ରୀକରଣ ଦ୍ୱାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ବିଜୁବାବୁ ଥିଲେ ଅଗ୍ରଗଣ୍ୟ। ତାଙ୍କ ଅବଦାନକୁ ସ୍ମରଣ କରି ପଞ୍ଚାୟତିରାଜ ଓ ଲୋକସେବା ଦିବସରେ ଆସନ୍ତୁ ଏକ ନୂଆ ଓଡ଼ିଶା ଗଠନ ପାଇଁ ସଂକଳ୍ପବଦ୍ଧ ହେବା l



