ଷଣ୍ଢମୂଳ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ‘ମୋ ଗାଁ ରେ ତହସିଲ’ ଶିବିର ଅନୁଷ୍ଠିତ

ଜେ ବି ଏନ, ରିପୋର୍ଟ, ଟୁକୁନା ପ୍ରଧାନ, ବ୍ରହ୍ମପୁର ( ୦୫.୦୩.୨୦୨୧)-: ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଷଣ୍ଢମୂଳ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ଆଜି ‘ମୋ ଗାଁରେ ତହସିଲ’ ଶିବିର ଅନୁଷ୍ଠିତ ହୋଇଯାଇଛି l ରାଜ୍ୟର ଗରିବ ତଥା ଭୂମିହୀନ ଲୋକମାନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଘରଡିହ ପ୍ରଦାନ, ବିଭିନ୍ନ ପ୍ରକାରର ମ୍ୟୁଟେସନ, ଇ ପାଉତି, ମିସଲେନିଅସ୍ ସାର୍ଟିଫିକେଟ ପ୍ରଦାନ, ଗ୍ରାମକଣ୍ଠ, ଓ ଏଲ୍ ଆର୍ ୮ ଏ ପ୍ରଭୃତିର ସୁବିଧା ଯୋଗାଇବା ହେଉଛି ଏହାର ମୁଖ୍ୟ ଉଦ୍ଦେଶ୍ୟ l ଲୋକମାନେ ରାଜସ୍ବ ବିଭାଗର ସମସ୍ତ ସେବା ଯେପରି ନିଜ ପଂଚାୟତରେ ପାଇପାରିବେ ଏବଂ ରାଜସ୍ବ ବିଭାଗରେ ସମସ୍ତ ମାମଲା ଗୁଡିକର ତ୍ବରିତ ଫଇସଲା କରାଯିବ ସେଥିପାଇଁ ୫ ଟି ଉପରେ ଗୁରୁତ୍ୱ ଦିଆଯାଇଥିବା ସହ ଗଂଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସାରା ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଆଜି ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଷଣ୍ଢମୂଳ ଗ୍ରାମ ପଞ୍ଚାୟତ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜନସାଧାରଣ ବିଭିନ୍ନ ସେବା ପାଇବା ପାଇଁ ତହସିଲ କାର୍ଯ୍ଯାଳୟକୁ ବାରମ୍ବାର ଦୌଡୁଥିବା ବେଳେ ସଠିକ୍ ସମୟରେ ସେବା ନ ପାଇ ହନ୍ତସନ୍ତ ହେଉଛନ୍ତି। ଏଥିପାଇଁ ଏବେ ଆଉ ତହସିଲକୁ ଦୌଡ଼ିବାକୁ ପଡିବ ନାହିଁ। ଏଥିଯୋଗୁଁ ଉଚିତ୍ ସମୟ ମଧ୍ୟରେ ସେବା ଯୋଗାଇଦେବା ପାଇଁ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି କୋଦଳା ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି l l ଉକ୍ତ କାର୍ଯ୍ୟକ୍ରମରେ ଏ ଟି ଓ ଙ୍କ ସମେତ ଷଣ୍ଢମୂଳ ରାଜସ୍ବ ନିରୀକ୍ଷକ ପ୍ରଦୀପ କୁମାର ଦାଶ , ଅମିନ ସନ୍ତୋଷ କୁମାର ସେଠୀ ଙ୍କ ସମେତ କୋଦଳା ତହସିଲର ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମରେ ମୋଟ ୧୧ ଟି ମାମଲା ସମାଧାନ ହୋଇଥିବା ବେଳେ ଇ ପାଉତି ବାବଦକୁ ୩୫୦୦୦/- ଆଦାୟ ହୋଇଥିଲା।ଏହା ସହିତ ବିଭିନ୍ନ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା।



