ଆଜି ଅନୁଗୋଳ ଜିଲ୍ଲାରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୬୪ ରେ ପହଞ୍ଚିଲା- ସୁସ୍ଥ ହେଲେ ୦୩ ଜଣ

ଜେ ବି ଏନ,୦୫/୦୩ /୨୦୨୧, ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ତାଳଚେର ବ୍ଲକ୍ ଅଂଚଳରୁ ୨ଜଣ ( ୧ ଜଣ ପୁରୁଷ ଓ ୧ଜଣ ମହିଳା ) ଓ କିଶୋରନଗର ବ୍ଲକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ଛେଣ୍ଡିପଦା ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ବ୍ଳକ , କଣିହାଁ ବ୍ଲକ , ଅନୁଗୋଳ ପୌରାଞ୍ଚଳ , ତାଳଚେର ପୌରାଞ୍ଚଳ , ଆଠମଲିକ ବ୍ଲକ , ପାଳଲହଡା ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୯ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୩ ଜଣ ଯାକ ହୋମ ଆଇସୋଲେସନରେ ଥିବାର ଜଣାପଡିଛି ।



