
(ଜେ ବି ଏନ /ସୁଶାନ୍ତ କୁମାର)୦୯/୦୩/୨୦୨୧ ଢେଙ୍କାନାଳ /ହିନ୍ଦୋଳ : ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅନ୍ତର୍ଗତ ଠାକୁରାଣୀ ମନ୍ଦିର ନିକଟରେ ବସ ଓ ବାଇକ ମୁହଁମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ ଦୁର୍ଗାମାଧବ ବସ OR19K2296 ସାତମାଇଲ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବାଇକ OR19G2726 ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ବାଇକ ଚାଳକଙ୍କ ମୃତ ହୋଇଥିବା ଜଣାପଡ଼ିଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତ ବ୍ୟକ୍ତିର ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତ ଶରୀର ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।



