ଏସସିବି ଆଞ୍ଚଳିକ ସିଟି ସ୍କାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଜେ ବି ଏନ, ରିପୋର୍ଟ, ଭ୍ରମରବର ବେହେରା, କଟକ, ୧୪/୦୩/୨୦୨୧ : କଟକ ଏସସିବି ଆଞ୍ଚଳିକ ସିଟି ସ୍କାନରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ସର୍ଟ ସର୍କିଟ୍ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଗତକାଲି କଟକ ଶିଶୁଭବନରେ ନିଆଁ ଲାଗିଥିଲା। ଏହି ଅଘଟଣରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡ କାରଣରୁ ଧୂଆଁ ଥିବାରୁ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-17.jpg)
