ଅନୁଗୋଳ ଜିଲ୍ଲାରୁ ୦୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୪୧୬ରେ ପହଞ୍ଚିଲା- ସୁସ୍ଥ ହେଲେ ୦୯ ଜଣ ଅନୁଗୋଳ

ଜେ. ବି. ଏନ୍, ରିପୋର୍ଟ, ସୁଶୀଲ କୁମାର ଆଇଚ, (୧୯/୦୩/୨୦୨୧) ଅନୁଗୁଳ : ଗୁରୁବାର ଅନୁଗୋଳ ଜିଲ୍ଲାରେ ୦୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ରେ ପହଞ୍ଚିଛି । । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୪ଜଣ ( ୨ଜଣ ପୁରୁଷ ଓ ୨ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିସ୍ବାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୯ ଜଣ ହୋମ ଆଇସୋଲେସନ୍ ରେ ରହୁଥିବା ର ଜଣାପଡିଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

