Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ 

 

ଜେ ବି ଏନ, ୦୧/୦୪/୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), କଟକ : ପବିତ୍ର ଉତ୍କଳ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି।

 

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି। ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳା (High Relief Mural Sculpture)ର ଲୋକାର୍ପଣ ମଧ୍ୟ କରିଛନ୍ତି। ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି।