ଉତ୍କଳ ମଣ୍ଡପଠାରେ ଅନୁଷ୍ଠିତ ଏହି ଅଧିବେଶନରେ
ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ, କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ, ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ଶ୍ରୀ ପ୍ରଦୋଷ କୁମାର ପଟ୍ଟନାୟକ ଏବଂ ବିଶିଷ୍ଟ ଅତିଥିମାନେ ଯୋଗ ଦେଇଥିଲେ। ତିନିଦିନିଆ ସମାରୋହର ପ୍ରଥମ ଦିବସରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ୧ମ ସାନ୍ଧ୍ୟକାଳୀନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। @IPROdisha ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଯୋଗ ଦେଇଥିଲେ।




୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ @IPR_Odisha ପକ୍ଷରୁ ଜୟଦେବ ଭବନରେ ଆୟୋଜିତ ୩ଦିନିଆ ଫଟୋଚିତ୍ର ପ୍ରଦର୍ଶନୀକୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଉଦ୍ଘାଟନ କରିଛନ୍ତି। ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ଉତ୍କଳ ପ୍ରସଙ୍ଗ ସମ୍ପାଦକ ଶ୍ରୀମତୀ କସ୍ତୁରୀ ମହାପାତ୍ର ଏବଂ ଅନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

