ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି।
ମାର୍ଶାଘାଇ-ଜମ୍ବୁ କେନାଲ ରାସ୍ତାର ପ୍ରସ୍ତାବିତ ସଂପ୍ରସାରଣ କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଥିଲେ। ୧୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଥିଲେ।




କେନ୍ଦ୍ରପଡା ସର୍କିଟ ହାଉସରେ ଶ୍ରୀ ପାଣ୍ଡିଆନ ପ୍ରାୟ ୧୩୦ଟି ନାଗରିକ ସମାଜ, ବିଭିନ୍ନ ସଂସ୍ଥା ଓ ସଂଘମାନଙ୍କ ସହ ଆଲୋଚନା କରି ଜିଲ୍ଲାର ବିକାଶ ଓ ଲୋକ ମାନଙ୍କ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ। ଜିଲ୍ଲାସ୍ତରରେ ଯେଉଁସବୁ ସମସ୍ୟାର ସମାଧାନ ହୋଇପାରିବ, ତା’ର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

