୧୧ ଜଣ ବାଘ ଶିକାରୀ ଗିରଫ : ବାଘ ଛାଲ, ନଖ ଓ ମାଂସ ଜବତ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲରେ କଲରାପତରିଆ ବାଘ ଶିକାର କରି ବାଘ ଛାଲ, ନଖ ବାହାର କରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ,ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତି ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନବିଭାଗ । ସୂଚନା ପ୍ରକାରେ ବାଦଗଡ଼ ଜଙ୍ଗଲରେ ଜଣେ ବ୍ୟକ୍ତିଙ୍କୁ ବାଘ ଆକ୍ରମଣ କରିଥିବା ଘଟଣା ଗତ ତିନି ତାରିଖରେ ବନବିଭାଗ ଜାଣିବା ପରେ ସମ୍ପୃକୁ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ଏଭଳି ସ୍ଥିତିରେ ଗତକାଲି ବିଳମ୍ବିତ ରାତିରେ ବାଦଗଡ଼ ଜଙ୍ଗଲରେ ବାଦଗଡ଼ ଗ୍ରାମର ୧୧ ଜଣ ବ୍ୟକ୍ତି ଜଙ୍ଗଲରେ ଏକ କଲରା ପତରିଆ ବାଘ ଶିକାର କରିବା ପରେ ବାଘର ଛାଲ ଏବଂ ନଖ ବାହାର କରି ମାଂସ ଭାଗ ବାଣ୍ଟିଥିଲେ । ବିଶ୍ବସ୍ତ ସୂତ୍ରରୁ ଖବରପାଇ ବାରବା ଏବଂ ରାଇକିଆ ବନବିଭାଗ ମିଳିତ ଭାବେ ଜଙ୍ଗଲରେ ଚଢ଼ାଉ କରିଥିବା ବେଳେ ଘଟଣାସ୍ଥଳରୁ ୧୧ ଜଣ ଅଭିଯୁକ୍ତଙ୍କୁ କାବୁ କରିବା ରେ ସକ୍ଷମ ହୋଇଥିଲେ । ବୁଧବାର ଫୁଲବାଣୀ ଡିଏଫ୍ଓ ପ୍ରଶାନ୍ତ ପଟେଲ୍ ଏବଂ ଏସଟିଏଫ୍ ଟିମ ରାଇକିଆ ବନାଞ୍ଚଳ କାର୍ଯ୍ୟାଳୟ ରେ ପହଁଚି ଯାଞ୍ଚ୍ କରିବା ପରେ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରିଛି ବନବିଭାଗ l




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
