ଓଡିଶା ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନ ସ୍ୱାଧିନତା ତଥା ସ୍ୱାଧିନତା ପରବର୍ତ୍ତୀ ସମୟରେ ଓଡିଶାର ରାଜନୈତିକ ସାମାଜିକ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲ। ସେହି ମହାନ ସଂଗ୍ରାମୀଙ୍କ ସ୍ମୃତିକୁ ସମ୍ମାନ ଜଣାଇ ତାଳଚେରରେ ପବିତ୍ର ମୋହନ ପ୍ରଧାନ ସ୍ମୃତି ପୀଠର ବିକାଶ କରାଯିବା ସହିତ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ ଭୁବନେଶ୍ଵର ଠାରେ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ଏହା ସହିତ ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସେହିପରି କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧିନ ସେତୁକୁ ମଧ୍ୟ ସ୍ୱର୍ଗତ ପ୍ରଧାନଙ୍କ ନାମରେ ନାମିତ କରାଯିବ।
ସୂଚନା ଯୋଗ୍ୟ ଯେ ୫-ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନଙ୍କ ଅନୁଗୋଳ ଗସ୍ତ ସମୟରେ ମହାନ୍ ସଂଗ୍ରାମୀ ସ୍ବର୍ଗତ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମେଡିକାଲ କଲେଜ ହସ୍ପିଟାଲକୁ ତାଙ୍କ ନାମରେ ନାମିତ କରିବା ପାଇଁ ସ୍ଥାନୀୟ ଜନସାଧାରଣ ପ୍ରସ୍ତାବ ଦେଇଥିଲେ। ଲୋକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)