Hirakud Dam in India, Longest dam in the asia, aerial view during dam gates opened to release flood water
Spread the love

ହୀରାକୁଦର ଜଳସ୍ତର ବଢ଼ିବାର ଲାଗିଛି

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି। ଆଜି ସକାଳ ୮ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୭ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪,୨୫,୩୮୩ କ୍ୟୁସେକ ଜଳ ପ୍ରବେଶ କରୁଛି। ୨୦ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୩,୧୭,୬୭୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୫ ଫୁଟ ରହିଥିଲା।

ସେତେବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୩,୮୮,୯୩୧ କ୍ୟୁସେକ ଜଳ ପ୍ରବେଶ କରୁଥିଲା। ସେହିଭଳି ପ୍ରତି ସେକେଣ୍ଡରେ ୩,୫୫,୭୯୩ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଥିଲା। ସକାଳ ୬ଟାରେ ମଧ୍ୟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥଇଲା।

୨୦ଟି ଗେଟ୍ ଖୋଲାଯାଇଥିବା ସତ୍ତ୍ୱେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ଯୋଗୁ ଆଗକୁ ଆଉ କିଛି ଗେଟ୍ ଖୋଲାଯାଇପାରେ ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *