ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
ନୂଆଦିଲ୍ଲୀ – “ବର୍ତ୍ତମାନ ଆମେ ଯକ୍ଷ୍ମା ଉନ୍ମେଳନ ବୈଶ୍ୱିକ ଲକ୍ଷ୍ୟ ୨୦୩୦ର ଯଥେଷ୍ଟ ଆଗରୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।
ସ୍ୱାସ୍ଥ୍ୟ ସେବା ସମସ୍ତଙ୍କ ପାଇଁ ସୁଲଭ ହେବା ନେଇ ନବୋନ୍ମେଷ ଓ ଡିଜିଟାଲ ସମାଧାନ ଉପରେ ଗୁରୁତ୍ୱ ଆରୋପ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ଉଦ୍ୟମ ଏ ଦିଗରେ ଉପାଦେୟ ହୋଇଛି ଓ ଦୂରଦୂରାନ୍ତରରେ ଥିବା ରୋଗୀମାନେ ଟେଲି ମେଡିସିନ୍ ଜରିଆରେ ଗୁଣାତ୍ମକ ଚିକିତ୍ସା ସୁବିଧା ପାଇ ପାରୁଛନ୍ତି । ସେ ଭାରତୀୟ ଜାତୀୟ କାର୍ଯ୍ୟକ୍ରମ ଇ-ସଞ୍ଜିବନୀର ପ୍ରଶଂସା କରିବା ସହ ଏହା ଏ ପର୍ଯ୍ୟନ୍ତ ୧୪୦ ନିୟୁତ ଟେଲି ପରାମର୍ଶ ଯୋଗାଇ ପାରିଛି ବୋଲି କହିଥିଲେ ।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତରେ କୋ-ୱିନ୍ ପ୍ଲାଟଫର୍ମ ମାନବ ଇତିହାସରେ ସଫଳ ଟୀକାକରଣ ଲକ୍ଷ୍ୟ ହାସଲ କରିପାରିଛି । ଏହା ଦୁଇ ଦଶମିକ ଦୁଇ ବିଲିୟନ ଟୀକା ମାତ୍ରା ପ୍ରଦାନ କରିବା ସହ ବିଶ୍ୱବ୍ୟାପୀ ଗ୍ରହଣଯୋଗ୍ୟ ଟୀକା ପ୍ରମାଣପତ୍ର ପ୍ରଦାନ କରିଛି । ଡିଜିଟାଲ ସ୍ୱାସ୍ଥ୍ୟ ଲକ୍ଷ୍ୟ ହାସଲ ପାଇଁ ବୈଶ୍ୱିକ ପଦକ୍ଷେପ ବିଭିନ୍ନ ସ୍ୱାସ୍ଥ୍ୟଗତ ଡିଜିଟାଲ ପଦକ୍ଷେପକୁ ଏକ ସମଭାବାପନ୍ନ ମଞ୍ଚକୁ ନେଇ ଆସିବ ।
“ଆସନ୍ତୁ ଆମେ ଆମର ନବୋନ୍ମେଷକୁ ଜନହିତରେ ଉପଯୋଗ କରିବା । ପାଣ୍ଠି ଯୋଗାଣରେ ଦୋହରା ମାନଦଣ୍ଡ ଗ୍ରହଣ କରିବା ନାହିଁ । ପ୍ରଯୁକ୍ତିବିଦ୍ୟାର ସମାନ ଉପଲବ୍ଧତା ସୁନିଶ୍ଚିତ କରିବା” ବୋଲି ପ୍ରଧାନମନ୍ତ୍ରୀ ଉଦାତ୍ତ କଣ୍ଠରେ ଘୋଷଣା କରିଥିଲେ । ଏହି ପଦକ୍ଷେପ ଦକ୍ଷିଣ ଗୋଲାର୍ଦ୍ଧ ଦେଶଗୁଡ଼ିକୁ ସ୍ୱାସ୍ଥ୍ୟ ସେବା ଯତ୍ନ କ୍ଷେତ୍ରରେ କ୍ରମଶଃ ସମକ୍ଷକ ହୋଇ ଏହାର ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ସଫଳତା ହାସଲ ଦିଗରେ ସହାୟକ ହେବ ବୋଲି କହିଥିଲେ ।
ପ୍ରଧାନମନ୍ତ୍ରୀ ମାନବ ଜଗତ ପାଇଁ ଏକ ପ୍ରାଚୀନ ଭାରତୀୟ ଶୁଭକାମନା ସଂସ୍କୃତିରେ ଆବୃତ୍ତି କରି ତାଙ୍କ ବକ୍ତବ୍ୟ ଶେଷ କରିଥିଲେ ଓ ତାହାର ମର୍ମ ହେଉଛି “ସମସ୍ତେ ସୁଖୀ ହୁଅନ୍ତୁ, ସମସ୍ତେ ନିରୋଗ ରୁହନ୍ତୁ”। ମୁଁ ଆପଣମାନଙ୍କ ଆଲୋଚନାର ସଫଳତା କାମନା କରୁଛି ।




