ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।
ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ୧୩୪ କୋଟି ଟଙ୍କା ପ୍ରଦାନ କରାଯାଇଛି ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍ ସଂଯୋଗ ମିଳିବ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର ହେବ। ଏଥିସହିତ ବ୍ୟାଙ୍କିଙ୍ଗ ସୁବିଧା ମିଳିବ




