Spread the love

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା: ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ।

 

ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା: ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।

 

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ।

Leave a Reply

Your email address will not be published. Required fields are marked *