Spread the love

ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସ୍‌କୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି।

 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓ ଶ୍ରୀମତୀ ରିଜନିସ୍-ଓଜୋଲା ଚେସ୍‌କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବା ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ।

 

ଏହି ଅବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଚେସ୍ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ୍ ଏକାଡେମୀ- ପ୍ରୋ ଚେସ୍-ଟା, ଚେସ୍ ଇନ୍ ସ୍କୁଲ୍ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ଓଡ଼ିଶାରେ ୧୦୦ରୁ ଅଧିକ ଚେସ୍ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି।

 

ବିଶ୍ୱ ଚେସ୍ ସମୁଦାୟ ପ୍ରତି ଅତୁଟ ସମର୍ଥନ ପାଇଁ ପରିଚିତ  ଶ୍ରୀମତୀ ରିଜନିସ୍-ଓଜୋଲା ମୁଖ୍ୟମନ୍ତ୍ରୀ ଏବଂ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ପ୍ରଶଂସା କରିଥିଲେ।

Leave a Reply

Your email address will not be published. Required fields are marked *