ଭୂବନେଶ୍ୱର: ଆଜି ଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତ ସମୟରେ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର ମଧ୍ୟ ସୂଚନା ରହିଛି ।
ସେହିପରି, ନଭେମ୍ବର ୧୮ ରୁ ତିନି ଦିନିଆ ସିଙ୍ଗାପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଆସନ୍ତା ଜାନୁଆରୀ, ୨୦୨୫ରେ ଭୁବନେଶ୍ବରରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ପାଇଁ ହେବ ରୋଡ ଶୋ’ । ସେଥିରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ ଏହି ବିଦେଶ ଗସ୍ତ ସମୟରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଏବଂ କେତେକ ବରିଷ୍ଠ ଅଧିକାରୀ ଯିବେ ବୋଲି ଜଣାପଡ଼ିଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

